ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା

ଭୁବନେଶ୍ୱର:-୧ ଜାନୁଆରି ୨୦୨୪ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା ।ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘ ମାନେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।

Smart Computer Ad
You might also like
error: Content is protected !!