କେମିତି ତିଆରି ହୁଏ ମକର ଚାଉଳ ?
ପୁରୀ(ଏସ.ଏମ.ପି):-ମକର ସଂକ୍ରାନ୍ତି ବେଳକୁ ଧାନ, ଆଖୁ ଆଦି ନୂଆ ଫସଲ ଅମଳ ହୋଇଥାଏ । ସେହି ନୂଆ ଧାନକୁ ପ୍ରସ୍ତୁତ ଅରୁଆ ଚାଉଳରେ ଏକ ଭୋଗ ପ୍ରସ୍ତୁତ କରାଯାଏ । ଯାହାକୁ ମକର ଚାଉଳ କୁହାଯାଏ । ସେଥିରେ ନୂଆଗୁଡ଼, ଛେନା, ନଡ଼ିଆ, କଦଳୀ, ଘିଅ, କ୍ଷୀର ଇତ୍ୟାଦିକୁ ମିଶ୍ରଣ କରାଯାଇଥାଏ । ଗୃହଦେବତା ଓ ଧାନଖଳାରେ ଏହାକୁ ଭୋଗ ଲଗାଯିବା ପରେ ପରସ୍ପରକୁ ଖୁଆଇ ଲୋକେ ‘ମକର’ ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପିଠା ପ୍ରସ୍ତୁତ କରାଯାଇ ଦେବାଦେବୀଙ୍କ ପାଖରେ ଭୋଗ କରାଯାଇଥାଏ ।