ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବୁଗୁଡା ,୧୫/୦୧(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୫ତମ ବାର୍ଷିକୋତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ଯ ଅତିଥି ଭାବେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ବିଧାୟକ ସିମାଞ୍ଚଳ ବେହେରା, ସମ୍ମାନିତ ଅତିଥି ଭାବେ କେ.ନୀଳମାଧବ ଆଚାରୀ, ବ୍ଲକ୍ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ଅଧିବକ୍ତା ହର ପ୍ରସାଦ ଦାଶ , ପ୍ରାକ୍ତନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ପ୍ରମୁଖ ଯୋଗ ଦେଇ ଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ ଏବଂ ଡଃ. ବ୍ରଜକିଶୋର ପାଢୀ ଓ ସତ୍ଯ ନାରାୟଣ ଦାଶଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥି ସହ ଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଉକ୍ତ ଉତ୍ସବର ପ୍ରାରମ୍ଭରେ ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ କ୍ରୀଡା ଶିକ୍ଷକ ସତ୍ଯଶ୍ରୀ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଶିକ୍ଷାନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଉତ୍ସବ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।


You might also like
error: Content is protected !!