ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ

ଖୋର୍ଦ୍ଧା(ସଞ୍ଜୀବ କୁମାର):-ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଟୁର୍ଣ୍ଣାମେଣ୍ଟରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ। ଦଳରେ ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ ମହମ୍ମଦ ଶାମିଙ୍କୁ ମଧ୍ୟ ସ୍ଥାନ ଦିଆଯାଇଛି। ଭାରତୀୟ ଦଳ ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପ-ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ଜସପ୍ରୀତ ବୁମରାହ, ମହମ୍ମଦ ଶାମି, ଅର୍ଶଦୀପ ସିଂହ, ଯଶସ୍ୱୀ ଜୟସୱାଲ, ରିଷଭ ପନ୍ତ ଏବଂ ରବିନ୍ଦ୍ର ଜାଡେଜା ।

Smart Computer Ad
You might also like
error: Content is protected !!