ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

ଆର,ଉଦୟଗିରି(ମନୋଜ କୁମାର ପାଢୀ):ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କେରାଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କରାଣ୍ଡି ଗ୍ରାମ ପଞ୍ଚାୟତ ସମେତ ଗଙ୍ଗାବାଡ଼, ଲକ୍ଷ୍ମୀପୁର ଓ କଇଁପୁର ପଞ୍ଚାୟତର ସମୁଦାୟ ମୋଟ- ୧୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୯ ଓ ୦୨ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣ ବାସୀ ନାୟକ, ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ,ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

You might also like
error: Content is protected !!