ମାଘ ସପ୍ତମୀ

ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି –

“ ଅର୍କ ତୀର୍ଥ ଯେତେ ପୁଣ୍ୟ, ମୁଁ କହିବାକୁ ନୋହେଁ କ୍ଷମ I

ମାଘ ମାସର ଶୁକ୍ଳପକ୍ଷ, ସପ୍ତମୀ ହୋଇଲେ ପ୍ରତ୍ୟେକ୍ଷ I

ତିଳ ଲଗାଇ କଲେ ସ୍ନାନ, ତିଳେ ଦେଲେ ଦାନ ଭୋଜନ I

କୋଟି ଗୋଦାନ ଫଳ ପାଇ, ତା ଦେହେ ବ୍ୟାଧି ନ ଲାଗଇ I

ଅପୁତ୍ରୀ ନାରୀ କଲେ ଦାନ, କୋଳେ ତା ହୁଅଇ ନନ୍ଦନ I

ଅର୍କ ତୀର୍ଥରେ ସ୍ନାନ କରି, ବ୍ରହ୍ମ ହତ୍ୟାରୁ ହୋଏ ପାରି I ”

🌷🌷🌷 ମାଘ ସପ୍ତମୀ କଥା 🌷🌷🌷

ଦେବର୍ଷି ନାରଦ ଶ୍ରୀକୃଷ୍ଣ ଜାମ୍ବବତୀ ପୁତ୍ର ଶାମ୍ବଙ୍କୁ ଶୁଣାଇଛନ୍ତି । ଶାମ୍ବନାମାନୁସାରେ ଏହି ଦଶମୀକୁ ଶାମ୍ବ ଦଶମୀ, ଗାଁ ଗହଳରେ ସମ୍ବର ଦଶମୀ କୁହାଯାଏ । କଥିତ ଅଛି ଶ୍ରୀକୃଷ୍ଣଙ୍କ ସବୁ ପୁତ୍ର ମଧ୍ୟରେ ଜାମ୍ବବତୀ ଗର୍ଭଜାତ ଶାମ୍ବ ଅତ୍ୟନ୍ତ ସୁନ୍ଦର ଥିଲେ । ଦୁର୍ଯ୍ୟୋଧନଙ୍କ କନ୍ୟା ଲକ୍ଷଣାଙ୍କୁ ଶାମ୍ବ ଅପହରଣ କରି ଆଣିଲେ । ବଳରାମଙ୍କ ସହାୟତାରେ ଶାମ୍ବ ବିବାହ କଲେ ଦୁର୍ଯ୍ୟୋଧନ ପୁତ୍ରୀ ଲକ୍ଷଣାଙ୍କୁ । ଅନ୍ତଃପୁର ମଧ୍ୟରେ ଶ୍ରୀକୃଷ୍ଣ ସତ୍ୟଭାମାଙ୍କ ସହ ପ୍ରେମାଳାପରେ ମଗ୍ନଥିବା ବେଳେ ଦ୍ୱାର ଦେଶରେ ଶାମ୍ବଙ୍କୁ ଜଗାଇ ଆଦେଶ ଦେଇଥିଲେ- କାହାକୁ ଅନ୍ତଃପୁରକୁ ନ ଛାଡ଼ିବା ପାଇଁ । ଏ ସମୟରେ ମହର୍ଷି ଦୁର୍ବାସା ଦ୍ୱାରଦେଶରେ ଉପନୀତ ହେଇ ଶ୍ରୀକୃଷ୍ଣ ଦର୍ଶନ ଚାହିଁଲେ । ଶାମ୍ବ ଭୟଭୀତ ହୋଇ ଶ୍ରୀକୃଷ୍ଣଙ୍କୁ ଡାକି ଦେଲେ । ଶ୍ରୀକୃଷ୍ଣ ଶାମ୍ବଙ୍କୁ କୁଷ୍ଠ ରୋଗ ହେବା ନିମନେ ଅଭିଶାପ ଦେଲେ ।[୩] ଶ୍ରୀକୃଷ୍ଣ ପୁତ୍ରକୁ ଅଭିଶାପ ଦେଇ ଅନୁତପ୍ତ ହୋଇ ଦୁର୍ବାସାଙ୍କୁ ପୁତ୍ର ଶାମ୍ବର କୁଷ୍ଠ ମୁକ୍ତି ଉପାୟ ପଚାରିବାରୁ ଦୁର୍ବାସା ଅର୍କକ୍ଷେତ୍ର କୋଣାର୍କ କଥା କହି ଶାମ୍ବଙ୍କୁ ସେ କ୍ଷେତ୍ରରେ ସୂର୍ଯ୍ୟପୂଜା କରିବା ପାଇଁ ନିର୍ଦ୍ଦେଶ ଦେଲେ । ସଂସ୍କୃତ ଶାମ୍ବପୁରାଣରେ ଚନ୍ଦ୍ରଭାଗା ତୀର୍ଥ ମାହାତ୍ମ୍ୟ ବିଶଦ ବର୍ଣ୍ଣିତ । ଦେବର୍ଷି ନାରଦଙ୍କ ସହ ଶାମ୍ବ ପୁଣ୍ୟଧାମ ଚନ୍ଦ୍ରଭାଗା ତୀରରେ ପ୍ରବେଶ କଲେ । ସେହି ଦିନ ଥିଲା ପୌଷମାସ ଶୁକ୍ଳ ପକ୍ଷ ଦଶମୀ ତିଥି ।

ସେଠାରେ ସୂର୍ଯ୍ୟଙ୍କ ପୂଜାରାଧନା କଲେ । ସୂର୍ଯ୍ୟଙ୍କୁ ଚାହିଁ ଚାହିଁ ତପସ୍ୟା କଲେ । ଶାମ୍ବ ଚନ୍ଦ୍ରଭାଗା ନଦୀକୂଳରେ ତପସ୍ୟା କରି ସୂର୍ଯ୍ୟନାରାୟଣ ବା ପ୍ରଭୁ ଆଦିତ୍ୟ ନାରାୟଣଙ୍କର ଏକ ମଣି ବିଗ୍ରହ ପାଇଥିଲେ । ସୂର୍ଯ୍ୟ ହିଁ ଭଗବାନ ନାରାୟଣଙ୍କ ସ୍ୱରୂପ । ଇଷ୍ଟ ମନ୍ତ୍ର ହେଉଛି- “”ନମଃ ସବିତ୍ରେ ଜଗଦେକ ଚକ୍ଷୁଷେ ଜଗତ୍-ପ୍ରସୂତି-ସ୍ଥିତିନାଶ ହେତବେ/ ତ୍ରୈମୟାୟ ତ୍ରିଗୁଣାତ୍ମଧାରିଣେ ବିରଞ୍ଚି ନାରାୟଣ ଶଙ୍କରାତ୍ମନେ ନମଃ । ତାଙ୍କରି ଆର୍ଶିବାଦ ବଳରେ ଶାମ୍ବ ଦୁରାରୋଗ୍ୟ ବ୍ୟାଧି ଦୂର ହୋଇ ସୁନ୍ଦର ଶରୀର ଲାଭ କରିଥିଲେ । ଏଇ ଦିନଟି ଥିଲା ମାଘ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି I ଶାମ୍ବ କୁଷ୍ଠ ରୋଗରୁ ମୁକ୍ତିଲାଭ ପାଇ ସମଗ୍ର କଳିଙ୍ଗରେ ସୂର୍ଯ୍ୟପୂଜା ବିଧିର ପ୍ରଚାର କରାଇଲେ । ଭାରତର ସାତଟି ସ୍ଥାନ – ଉଳ୍ଳାର୍କ, ପୁଣ୍ଡାର୍କ, ମାର୍କେତୋୟାର୍କ, ବାଲୋର୍କ, କୋଣାର୍କ, ଚାପାର୍କ ଏବଂ କଳିଙ୍ଗର କୋଣାର୍କ ସ୍ଥାପନ କଲେ । ପ୍ରଥମେ ସେ ଚନ୍ଦ୍ରଭାଗା ନଦୀକୂଳରେ ଏକ ମନ୍ଦିର ତିଆରି କରାଇ ପୌଷ ଶୁକ୍ଳ ଦଶମୀ (ଶାମ୍ବଦଶମୀ) ତିଥିରେ ମର୍ତ୍ତ୍ୟଲୋକରେ ସୂର୍ଯ୍ୟ ମୂର୍ତ୍ତି ପୂଜାର ପ୍ରଥା ପ୍ରଚଳିତ କରାଇଥିଲେ । ପ୍ରଭୁ ଆଦିତ୍ୟ ନାରାୟଣଙ୍କୁ ଏହି ପୂଜା ସମ୍ପର୍କରେ ଶାମ୍ବ ଜଣାନ୍ତେ ପ୍ରଭୁ ସୂର୍ଯ୍ୟଦେବ କହିଲେ, “ମୋର ପୂଜା ପାଇଁ ଉପଯୁକ୍ତ ପୁରୋହିତ ଭାରତ ବର୍ଷରେ ନାହାନ୍ତି । ଏଣୁ ଶାକ ଦ୍ୱୀପରୁ ମଗ ବ୍ରାହ୍ମଣଙ୍କୁ ଅଣାଇ ଏହି ପୂଜା କଲେ ମୁଁ ସନ୍ତୋଷ ଲାଭ କରିବି I ଭବିଷ୍ୟ ପୁରାଣ:

ନଯୋଗ୍ୟ ପରିଚର୍ଯ୍ୟାୟ ଜମ୍ବୁଦ୍ୱୀପେ ମମାନଘ ।
ମମ ପୂଜା ପରାନ୍ କୃତ୍ୱା ଶାକଦ୍ୱୀପୀଦମାୟ II

ତାହା ହିଁ ହେଲା । ଶାମ୍ବ ଶାକ ଦ୍ୱୀପରୁ ବ୍ରାହ୍ମଣ /ଗ୍ରହ ବ୍ରାହ୍ମଣମାନଙ୍କୁ ଅଣାଇ ଭାରତ ବର୍ଷରେ ସୂର୍ଯ୍ୟପୂଜାର ବ୍ୟବସ୍ଥା କରାଇଥିଲେ । ସେହିକାଳରୁ ଆମଦେଶରେ ଶାମ୍ବ ଦଶମୀରେ ସୂର୍ଯ୍ୟରେ ସୂର୍ଯ୍ୟଙ୍କର ବ୍ରତପାଳନ ଓ ପୂଜାର ପ୍ରଚଳନ ରହିଛି ।

ନିଜେ ଦେବର୍ଷି ନାରଦ ଭୁବନ ଭାସ୍କର ସୂର୍ଯ୍ୟଦେବଙ୍କ ଅଭିଶାପରେ ଧବଳ କୁଷ୍ଠ ବ୍ୟାଧିରେ ଗ୍ରସ୍ତ ହୋଇଥିବା କଥା ରହିଛି । ନାରଦ ମଧ୍ୟ ଏ କ୍ଷେତ୍ରରେ ସୂର୍ଯ୍ୟଙ୍କର ଦ୍ୱାଦଶ ନାମ ଯଥା- ଆଦିତ୍ୟ, ଭାସ୍କର, ପ୍ରଭାକର, ଦିବାକର, ସହସ୍ରାଂଶୁ, ତ୍ରିଲୋକ-ଲୋଚନ, ଦେବେଦେବେଶ, ଛାୟାରମଣ, ଦିନକର, ଦ୍ୱାଦଶାତ୍ମକ ତ୍ରିବିକ୍ରମ, ସୂର୍ଯ୍ୟଦେବ ଜପ କରି ସୂର୍ଯ୍ୟ ପୂଜାରାଧନା କରି ଧବଳ କୁଷ୍ଠ ମୁକ୍ତ ହୋଇଥିଲେ । ସେଥିପାଇଁ ଏ ଦଶମୀକୁ ଶାମ୍ବଦଶମୀ କୁହାଯାଏ । ଶାମ୍ବ ବାଲୁକାରେ ସୂର୍ଯ୍ୟ ମୂର୍ତ୍ତି ଗଠନ କଲେ । ବିବିଧ ପୁଷ୍ପ, ଧୂପ, ଦୀପ, ଚନ୍ଦନ ଇତ୍ୟାଦିରେ ଷୋଡ଼ଶୋପଚାର ପୂଜା କରିଥିଲୋ ସେହି ସ୍ଥାନ ହିଁ ଆଜିର କୋଣାର୍କ ।

ଓଁ ନମୋ ଭଗବତେ ବାସୁଦେବାୟ

You might also like
error: Content is protected !!