ଭାଙ୍ଗିଲା ସବୁ ରେକର୍ଡ଼, ୮୬ ହଜାର ପାର ସୁନା ଦରଭାଙ୍ଗିଲା ରେକର୍ଡ

ଖୋର୍ଦ୍ଧା (ସଞ୍ଜୀବ କୁମାର):-ଭାରତୀୟ ବଜାରରେ ୮୬ହଜାର ପାର୍ କଲା ସୁନା ଦର । ସୁନା ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି ।୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ରେକର୍ଡ ୮୬ହଜାର ୫୧୦ ଟଙ୍କା ହୋଇଛି। ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯ ହଜାର ୩୦୦ ଟଙ୍କା ଛୁଇଁଛି।୪ ଦିନରେ ୬୮୦୦ ଟଙ୍କା ମହଙ୍ଗା ହୋଇଛି। ଇଣ୍ଟରନ୍ୟାସନାଲ ମାର୍କେଟରେ ଦରବୃଦ୍ଧି ଓଡ଼ିଶା ମାର୍କେଟରେ ପ୍ରଭାବ ପଡିଛି। ଏଭଳି ଦରବୃଦ୍ଧି ହେଲେ ଖୁବଶୀଘ୍ର ସୁନା ଦର ୧ଲକ୍ଷ ଛୁଇଁବ ବୋଲି ଆଶଙ୍କା କରୁଛନ୍ତି ବ୍ୟବସାୟୀ।ଦିଲ୍ଲୀ: ୧୦ ଗ୍ରାମ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୭୯,୨୦୦ ଟଙ୍କା ଏବଂ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୬,୩୯୦ ଟଙ୍କା।ମୁମ୍ବାଇ: ୧୦ ଗ୍ରାମ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୭୯,୦୫୦ ଟଙ୍କା ଏବଂ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୫,୨୪୦ ଟଙ୍କା।କୋଲକାତା: ୧୦ ଗ୍ରାମ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୭୯,୦୫୦ ଟଙ୍କା ଏବଂ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୬,୨୪୦ ଟଙ୍କା।ଚେନ୍ନାଇ:୧୦ ଗ୍ରାମ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୭୯,୦୫୦ ଟଙ୍କା ଏବଂ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୬,୨୪୦ ଟଙ୍କା।

Smart Computer Ad
You might also like
error: Content is protected !!