ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଆର,ଉଦୟଗିରି(ମନୋଜ କୁମାର ପାଢୀ):- ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୁରୁଣାପାଣିି ଗ୍ରାମ ପଞ୍ଚାୟତ ସମେତ ସିଆଲିଲଟି , ତାବରସିଂ ଓ ଅନଘା ପଞ୍ଚାୟତର ସମୁଦାୟ ମୋଟ- ୬୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୩ ଓ ୦୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର୍ .ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ, ଶ୍ରୀ ଲକ୍ଷ୍ମନାରାୟଣ ଶବର, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀ ମୋହନ ଖର୍ସେଲ,ତହସିଲଦାର ଶ୍ରୀ ଜ୍ୟୋତି ମୟ ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଅରୁଣ କୁମାର ଉଦୟଭାନୁ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

You might also like
error: Content is protected !!