ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର, (I & PRO) :- ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁସ୍ମିତା , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ଶ୍ରୀ ଦେବଦତ୍ତ ପଣ୍ଡା, ବ୍ରହ୍ମପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ କୈଳାଶ ଚନ୍ଦ୍ର ବୁରୁଦା ଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 107ଟି ଅଭିଯୋଗ ର ଶୁଣାଣୀ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 94ଟି ଥିବାବେଳେ ସାମୁହିକ ଅଭିଯୋଗ 13ଟି ଥିଲା ଏବଂ ତ୍ୱରିତ 8ଟି ଅଭିଯାଗର ଫଇସଲା ହୋଇଥିଲା।

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ, ବାର୍ଦ୍ଧକ୍ୟ ଭତ୍ତା ଇତ୍ୟାଦି । ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣି ରେ ପ୍ରତ୍ୟେକ ବିଭାଗର ଅଧିକାରୀମାନେ , ବ୍ରହ୍ମପୁର ଉପଖଣ୍ଡ ର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Smart Computer Ad
You might also like
error: Content is protected !!