ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
ଭୁବନେଶ୍ୱର, (ସଂଜୀବ କୁମାର):- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ହେଉଛନ୍ତି ଦେବେନ୍ଦ୍ର ପ୍ରଧାନ, ଉଲ୍ଲେଖଯୋଗ୍ୟ; ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନ, ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଓ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ରହିବା ସହ ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ସେ ବିଜେପି ସଭାପତି ରହିଥିଲେ, ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଦିବଂଗତ ଦେବେନ୍ଦ୍ର ପ୍ରଧାନ ।
