ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ସ୍ଥଳୀ ଗୁଡ଼ିକରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଆର,ଉଦୟଗିରି(ମନୋଜ ପାଢୀ):-

ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଷଷ୍ଠ ଦିନରେ ଓଡ଼ିଆ ପକ୍ଷରୁ ଜିଲ୍ଲାର ବିଭିନ୍ନ ଦେବାଳୟ,ଐତିହ୍ୟ ସ୍ଥଳୀଓ ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହିପରି ପେକ୍ଷୀରେ ଜିଲ୍ଲାର ଐତିହ୍ୟ ସ୍ଥଳୀ, ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ଯଥା ମହେନ୍ଦ୍ରଗିରି ଶୈବ ପୀଠ, ଗୁଦୁଗୁଦା , ଖସଡ଼ା, ଗଣ୍ଡାହାତୀ,ମାଙ୍କଡ଼ଡିଆ , ଦେବଗିରି ଓ ବି.ଏନ.ପେଲେସ ବୋଲି ସମସ୍ତ ବ୍ଲକ ଓ ପଞ୍ଚାୟତ ଗୁଡିକରେ ଥିବା ସମସ୍ତ ଐତିହ୍ୟ ସ୍ଥଳୀ ଗୁଡ଼ିକରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ବି.ଏନ.ପେଲେସ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସଫେଇ କାର୍ଯ୍ୟ କରାଯାଇଥିଲା।ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟ ସମୃଦ୍ଧ ଓ ରାଜ୍ୟ ସରକାରଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଅପ୍ରେଲ ୧ ତାରିଖ ଠାରୁ ୧୪ ଅପ୍ରେଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି। ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାରେ ଐତିହ୍ୟ ସ୍ଥଳୀ ଓ ପର୍ଯ୍ୟଟନ ସ୍ଥଳୀ ସଫା କରିବା ପାଇଁ ଜନସାଧାରଣଙ୍କ ମଧ୍ୟରେ ଓଡ଼ିଶାର ଐତିହ୍ୟ ଏଵଂ ସଂସ୍କୃତିର ପ୍ରତି ଗର୍ବ ସୃଷ୍ଟି କରିବା, ଜିଲ୍ଲା ଓ ରାଜ୍ୟର ସାଂସ୍କୃତିକ ଓ ବିବିଧତାକୁ ପାଳନ କରିବା , ଜିଲ୍ଲାର ସମସ୍ତ ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ସ୍ୱଚ୍ଛତା ରଖିଲେ ବହୁ ପର୍ଯ୍ୟଟକ ଏଟାକୁ ଆସିବା ପାଇଁ ଆଗ୍ରହ ପ୍ରକାଶ କରିପାରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମେତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ଗ୍ରାମ ପଞ୍ଚାୟତର ଜନପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ସାମିଲ ହୋଇ ସଚେତନତା ସୃଷ୍ଟି କରାଯାଇଥିଲା ।

You might also like
error: Content is protected !!