ଓଡ଼ିଶା ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ।

ଓଡ଼ିଶା ପକ୍ଷ ପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ।

ଆର.ଉଦୟଗିରି(ମନୋଜ କୁମାର ପାଢୀ) :- ଓଡ଼ିଶା ପକ୍ଷ ପାଳନ ତ୍ରୟଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଶଙ୍କର କେରକେଟା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ,ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଟିମନ ବାରା, ଡିପିଏମ ଓଏଲଏମ ଗଜପତି, ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି ଶ୍ରୀମତୀ ନମିତା ମହାରଣା, ସିଡ଼ିପିଓ ଗୋସାଣୀ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଜପତି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ଓଡ଼ିଶା ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନ ଦ୍ଵାରା ଆୟୋଜିତ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଜିଲ୍ଲାର ୨୦ରୁ ଉର୍ଦ୍ଧ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ନିଜ ନିଜ ଘରେ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରି ଆଣି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିରେ ତିନି ଜଣ କୃତି ପ୍ରତିଯୋଗୀଙ୍କୁ ଶ୍ରୀମତୀ ରମା ସାହା ପ୍ରଥମ, ସୁନୀତା ପ୍ରଧାନ ଦ୍ଵିତୀୟ ଓ ରିନା ମହାରଣା ତୃତୀୟ ସ୍ଥାନ ଅଧିକାର କରିଥିବାରୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।

You might also like
error: Content is protected !!