ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ଡକ୍ଟର ବି.ଆର଼. ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀ ପାଳନ

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ଡକ୍ଟର ବି.ଆର଼. ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀ ପାଳନ

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):- ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ଵାରା ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକର ଙ୍କ ର ଜନ୍ମ ବାର୍ଷିକୀ ପାଳନ କରାଯାଇଛି । ଏହି ଅବସର ରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ର, ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍.ଏସ. ବାଜ୍ଵା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଓପି) ଶ୍ରୀ ପି କେ ବେହେରା, ଶ୍ରୀ ଶୁଭ୍ର ଜ୍ୟୋତି ମଣ୍ଡଳ, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନ୍ଫ୍ରା), ସମସ୍ତ ଶାଖାଅଧିକାରୀ ଏବଂ କର୍ମଚାରୀ, ଭାରତୀୟ ସମ୍ବିଧାନର ପ୍ରଣେତାଙ୍କୁ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ । ଡକ୍ଟର ବି.ଆର.ଆମ୍ବେଦକରଙ୍କ ଜନ୍ମବାର୍ଷିକୀ ଅବସର ରେ, “ଡକ୍ଟର ବି.ଆର.ଆମ୍ବେଦକର – ଭାରତରେ ସାମାଜିକ ନ୍ୟାୟର ପ୍ରତୀକ” ବିଷୟ ରେ, ରେଳ କର୍ମଚାରୀଙ୍କ ମଧ୍ୟରେ, ଏକ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା। ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ, ଶ୍ରୀ ଏଚ୍.ଏସ. ବାଜ୍ଵା, ବିଜେତାମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ। ଶ୍ରୀ ଆର୍ ଏନ ଏ ପରିଡ଼ା, ବରିଷ୍ଠ ମଣ୍ଡଳ କାର୍ମିକ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

Smart Computer Ad
You might also like
error: Content is protected !!