ଉଚ୍ଚ ଶିକ୍ଷା ବିଭାଗର ନିଷ୍ପତ୍ତି: ଆଜିଠାରୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖରାଛୁଟି

ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):- ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଛି । ଫଳରେ ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଆଉ ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏପ୍ରିଲ୍ ୨୪ ଅର୍ଥାତ୍ ଆଜି ଠାରୁ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରିଛି ଉଚ୍ଚଶିକ୍ଷା ବିଭାଗ । ସୂଚନାଯୋଗ୍ୟ, ଗତକାଲି ମଙ୍ଗଳବାର ଅଙ୍ଗନଓ୍ବାଡ଼ି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିଥିବାବେଳେ, ଆଜି ଠାରୁ କଲେଜକୁ ଛୁଟି ଘୋଷଣା କରାଗଲା