ମାଙ୍କୁ ଦର୍ଶନ କଲେ ମୋହନ

ବ୍ରହ୍ମପୁର(ରାଜେନ୍ଦ୍ର ସାହୁ):-

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଥିଲେ l ଗଞ୍ଜାମ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ ପୂର୍ବକ ବ୍ରହ୍ମପୁର ଆସି ଫେରିଛନ୍ତି l ଲାଞ୍ଜିପଲ୍ଲୀ ଠାରେ ଅନୁଷ୍ଠିତ ହେଉଥିବା ମା ତାରା ଦେବୀଙ୍କ ଯାତ୍ରାରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ l ମା‘ଙ୍କୁ ଦର୍ଶନ କରିଥିଲେ l ଏହି ଅବସରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ବ୍ରହ୍ମପୁର ସାଂସଦ ଡ ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ l ଗହଳ ଚହଳ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଫେରିଥିଲେ l ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ,ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ

You might also like
error: Content is protected !!