ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ପୁରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ । ତିନି ଦିନିଆ ରଜ ଉତ୍ସବର ପ୍ରମୁଖ ଦିନ । ରଜରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପିଠା ଭିତରେ ରଜର ଆସର ଜମିଛି । ପରମ୍ପରା ସମ୍ପନ୍ନ ରଜଗୀତରେ ଉତ୍ସବମୁଖର ପୁରପଲ୍ଲୀ ।ବିଭିନ୍ନ ସ୍ଥାନରେ ବାଜୁଛି ରଜଗୀତ, ଝିଅ ବୋହୂ ଦୋଳି ଖେଳୁଛନ୍ତି । ତା ସହିତ ପୁଚି ଖେଳ, ତାସ୍ ଖେଳ, ଲୁଡୁ ଖେଳ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ବିଭିନ୍ନ ସ୍ଥାନରେ ଅନେକ ପ୍ରକାରର ପାରମ୍ପରିକ ପିଠା, ମିଠା, ପାନ ଏବଂ ଖାଦ୍ୟର ଧାଡି ଧାଡି ଷ୍ଟଲ ଲାଗିଛି

Smart Computer Ad
You might also like
error: Content is protected !!