ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗିଦିଅନ୍ତି

ଖୋର୍ଦ୍ଧା,(ସଞ୍ଜୀବ କୁମାର):- ରଥଯାତ୍ରାଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ । ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶ୍ରୁତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି । ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି । ଜଗନ୍ନାଥ ନିଜ କଥା ରଖିବାରେ ଅସଫଳ ହେବାରୁ ଫେରିବା ଦିନ ବଳଭଦ୍ର ଓ ସୁଭଦ୍ରା ନିଳାଦ୍ରୀ ମଣ୍ଡପକୁ ବିଜେ କଲେ ମଧ୍ୟ ପ୍ରଭୁଙ୍କ ପାଇଁ ଦ୍ୱାର ବନ୍ଦ ରହେ । ଏହା ଲକ୍ଷ୍ମୀ ନାରାୟଣ କଳି ଭାବେ ପରିଚିତ ।

Smart Computer Ad
You might also like
error: Content is protected !!