ମଧ୍ୟସ୍ଥତା ଦ୍ୱାରା ବିବାଦର ସମାଧାନ

ବ୍ରହ୍ମପୁର(ରାଜେନ୍ଦ୍ର ସାହୁ):-

ମଧ୍ୟସ୍ଥତା କେନ୍ଦ୍ରର ବୁଝାମଣା ମାଧ୍ୟମରେ ଦୀର୍ଘ ବର୍ଷରୁ ଲାଗିରହିଥିବା କଳହ, ଅନେକ ଦିନରୁ ରହିଥିବା ସମ୍ପର୍କରେ ଫାଟ ଯୋଡି ହୋଇଛି l ଏପରି ଏକ ପାରିବାରିକ ବିବାଦର ଆପୋଷ ସମାଧାନ ହୋଇପାରିଛି l ଗଞ୍ଜାମ ଜିଲ୍ଲାର ମଧ୍ୟସ୍ଥତା କେନ୍ଦ୍ର ଦ୍ୱାରା, ତାହାପୁଣି ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ଃ ଭାଗ୍ୟଲକ୍ଷ୍ମୀ ରଥଙ୍କ ନିର୍ଦ୍ଦେଶ କ୍ରମେ l ସଚିବ ଦେବଶ୍ରୀ ସାହୁଙ୍କ ପରିଚାଳନାରେ, ପେନେଲ ଓକିଲ ଟି.କେ ରେଡ୍ଡୀଙ୍କ ମଧ୍ୟସ୍ଥ ଦ୍ୱାରା ଆଇନ ସେବା ପ୍ରାଧିକରଣର ମଧ୍ୟସ୍ଥ ଦ୍ବାରା ଏହା ହୋଇପାରିଛି l ମଧ୍ୟସ୍ଥତା କେନ୍ଦ୍ର ହେଉଛି ଏକ ମାତ୍ର ବିକଳ୍ପ ଯେଉଁଠି ଅଳ୍ପ ସମୟ ମଧ୍ୟରେ ଦୀର୍ଘ ଦିନଠୁ ଲାଗିରହିଥିବା ବିବାଦର ସମାଧାନ ହୋଇପାରିଲା l ସୂଚନା ପ୍ରକାରେ, ଓଡିଶା ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ପଠାଯାଇଥିବା ଗୋଟିଏ ମାମଲାର ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣର ମଧ୍ୟସ୍ଥତା କେନ୍ଦ୍ର ଦ୍ୱାରା ଗୋଟିଏ ପରିବାରକୁ ଯୋଡ଼ାଯାଇ ପାରିଛି l ଯଦ୍ୱାରା ଉଭୟ ସ୍ୱାମୀ ସ୍ତ୍ରୀ ଏବଂ ତିନୋଟି ସନ୍ତାନ ଉପକାର ପାଇଛନ୍ତି l ମତାନ୍ତର ମନାନ୍ତର ଯୋଗୁଁ ଦୀର୍ଘ ଦିନରୁ ବିବାହ ବିଛେଦ, ପାରିବାରିକ ବିବାଦ ଭଳି ଏକାଧିକ ମାମଲା ଥାନା ଓ କୋର୍ଟ କଚେରୀରେ ରହିଥିଲା l କିନ୍ତୁ ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣର ମଧ୍ୟସ୍ଥତା କେନ୍ଦ୍ର ଓ ପେନେଲ ଓକିଲ ଟି.କେ ରେଡ୍ଡୀଙ୍କ ମଧ୍ୟସ୍ଥ ଅନୁଯାୟୀ ଆଶୁ ସମାଧାନ,ଆପୋଷ ବୁଝାମଣା ହୋଇପାରିଛି lଏହା ବୁଧବାର (୦୨. ୦୭. ୨୫) ଦିନ ସମାଧାନ ହୋଇପାରିଲା l ଦୁଇ ପରିବାର ପୁଣି ଏକ ହୋଇଛନ୍ତି,ଛୁଆ ମାନେ ଉଭୟ ବାପା ମା’ଙ୍କୁ ପାଖରେ ପାଇଛନ୍ତି lଏସବୁ କେବଳ ସମାଧାନ ହୋଇପାରିଛି ଉଭୟ ପକ୍ଷଙ୍କୁ ନେଇ ମଧ୍ୟସ୍ଥତା ଦ୍ୱାରା l

Smart Computer Ad
You might also like
error: Content is protected !!