ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ବାଲିଗୁଡା,୧୫/୦୮:(ସୁକାନ୍ତ କୁମାର ତ୍ରିପାଠୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l

YouTube video
YouTube video
YouTube video

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା l ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ପ୍ରଶାସନ ବନାମ ସାଧାରଣ ଜନତା ଙ୍କ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ମ୍ୟାଚ୍ ଆୟୋଜିତ ହେବା ପରେ ପରେ ସ୍ଵାଧୀନତା କପ୍ ଫୁଟବଲ୍‌ ଚାମ୍ପିୟାନ୍‌ ସିପ୍‌ର ଫାଇନାଲ୍ ମ୍ୟାଚ୍ ମଧ୍ୟ ଅନୁଷ୍ଠିତ ହୋଇଥିଲା l ସନ୍ଧ୍ୟାରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା l ଏହି ସମସ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ପ୍ରଦୀପ କୁମାର ବାଘ ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ

You might also like
error: Content is protected !!