ପୁଣି ବଢିଲା ସୁନା ଓ ରୁପା ଦର

ଭୁବନେଶ୍ୱର,(ଏସ.ଏମ.ପି):-

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୭,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୮,୬୫୦ ଟଙ୍କା ଛୁଇଁଛି। ଓଡ଼ିଶା ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୭,୬୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୮,୬୫୦ ଟଙ୍କାରେ କାରବାର ଆରମ୍ଭ କରିଛି।ଅନ୍ୟପଟେ ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୭,୬୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୮ ହଜାର ୬୫୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୭,୭୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୮,୮୦୦ ଟଙ୍କା ରହିଛି।

Smart Computer Ad
You might also like
error: Content is protected !!