ବଡ଼ଗାଁରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ବାଲିଗୁଡା: ୧୬/୧୦ (ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍ଏସି -୧ ର କ୍ଲଷ୍ଟର ସ୍ତରୀୟ ସୁରଭି-୨୦୨୫ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଡ଼ଗାଁ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବ୍ଲକ ଭାରପ୍ରାପ୍ତ ଏବିଓ ପଦ୍ମ ଲୋଚନ ପଣ୍ଡା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ପଦ୍ମିନୀ ପ୍ରଧାନ, ସିଆରସିସି ସୌଦାମିନୀ ସାହୁ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ

ବଡ଼ଗାଁରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭିବଡ଼ଗାଁରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କରିଥିଲେ। ଏହି କାର୍ଯ୍ୟକ୍ରମରେ ୧୧ଟି ବିଦ୍ୟାଳୟ ରୁ ୧୫୦ ଜଣ ଛାତ୍ର ଛାତ୍ରୀ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ନିଜର ପ୍ରତିଭାକୁ ପ୍ରତିପାଦନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ ସମ୍ପାଦନ କରିବାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

Smart Computer Ad
You might also like
error: Content is protected !!