ବାଲିଗୁଡା ରେ ପ୍ରଥମାଷ୍ଟମୀ ପାଳନ

ବାଲିଗୁଡା: ୧୨/୧୧ (ସୁକାନ୍ତ କୁମାର ତ୍ରିପାଠୀ) ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ I ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ Iଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି

ବାଲିଗୁଡା ରେ ପ୍ରଥମାଷ୍ଟମୀ ପାଳନ

ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି Iଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ହୁଏ ।

You might also like
error: Content is protected !!