ଅରୂପା (ଭୁବନେଶ୍ଵର) ତରଫରୁ ବ୍ରହ୍ମପୁର ବାଣିଜ୍ୟ ମେଳା

ବ୍ରହ୍ମପୁର,(ବିଚିତ୍ର ସାହୁ):-

ଅରୂପା (ଓଡ଼ିଶାର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଉତ୍ପାଦକ ସଂଘ) ଭୁବନେଶ୍ଵର ତରଫରୁ ବ୍ରହ୍ମପୁର ଠାରେ ବ୍ରହ୍ମପୁର ବାଣିଜ୍ୟ ମେଳା-୨୦୨୫ ଅନୁଷ୍ଠିତ ହେବ । ଏଥିରେ ସର୍ବଭାରତୀୟ ହସ୍ତଶିଳ୍ପ ଓ ହସ୍ତତନ୍ତ୍ର ବସ୍ତ୍ରର ବିଶାଳ ପ୍ରଦର୍ଶନୀର ଆୟୋଜନ କରାଯିବ । ଅରୂପା ୧୯୯୦ ମସିହା ଠାରୁ ଓଡ଼ିଶାର ୩୦ଟି ଜିଲ୍ଲାରେ ହସ୍ତଶିକ ଓ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରି ଆସୁଅଛି । ହସ୍ତଶିଳ୍ପ ସାମଗ୍ରୀ ବିକ୍ରିବଟା ଠାରୁ ଆରମ୍ଭ କରି କୌଶଳ ବୃଦ୍ଧି, ନୂତନ ଡି଼ଜାଇନ ପ୍ରସ୍ତୁତି, ବିଭିନ୍ନ ଜିଲ୍ଲାର ସଦର ମହକୁମାରେ ସର୍ବଭାରତୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜନ କରି, ହସ୍ତଶିଳ୍ପ ପରିବାର ଏବଂ ବୁଣାକାରଙ୍କ ପରିବାରଙ୍କୁ କରୋନା ସହାୟତା ପ୍ରଦାନ କରି ଆସୁଅଛି ।ଆସନ୍ତା ନଭେମ୍ବର ୧୫ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ବ୍ରହ୍ମପୁର ବାଣିଜ୍ୟ ମେଳା-୨୦୨୫ ଆୟୋଜନ ହେବାକୁ ଯାଉଅଛି । ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ହସ୍ତଶିଳ୍ପୀ କାରିଗର, ବୁଣାକାର ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ଯମ ଉଦ୍ୟୋଗୀ ତଥା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟ ଓ ସଭ୍ୟାମାନେ ଯୋଗଦାନ କରିବେ । ବିଶେଷକରି ଓଡ଼ିଶାର ପିପିଲିର ଗନ୍ଦୁଆ, ଖଣ୍ଡପଡ଼ାର କାଠକାମ, ଗୁଜୁରାଟି ଅଳଙ୍କାର, ବେଙ୍ଗଲ ଶାଢୀ, କଲିକତାର ଲାଖଚୁଡ଼ି, ବନାରସୀ ଶାଢୀ ଏବଂ ଡ୍ରେସ୍, ସମ୍ବଲପୁରୀ ଡ୍ରେସ୍, କଟକ ଶାଢୀ ଏବଂ ସିକ୍କ ଶାଢୀ, କଟକର ମାଣିଆବନ୍ଧର ଡ୍ରେସ୍, ସମ୍ବଲପୁରୀ ଶାଢୀ, କଟନ ଶାଢୀ ଏବଂ ସିଦ୍ଧ ଶାଢୀ, ଅଗରବତୀ, ଫିନାଇଲ୍, କତାକାମ, ପଥର ଖୋଦେଇ, ସାହାରଙ୍ଗପୁରର କାଠ କାମ ଓ ସୋଫାସେଟ୍, ୟୁ.ପି. ଭଦୋଇର କାର୍‌ପେଟ୍, ମୁରାଦାବାଦର ପିତଳ କାମ, ମହାରାଷ୍ଟ୍ରର ବେଡ୍‌ସିଟ୍, ହରିୟାଣାର ଡ୍ରେସ୍ ସେଟ୍ ଏବଂ ବେଡ୍‌ସିଟ୍, ଆନ୍ଧ୍ରପ୍ରଦେଶର ଡ୍ରେସ୍ ଏବଂ ଶାଢୀ ଏବଂ ଆହୁରି ଅନେକ ହସ୍ତଶିଳ୍ପ, ହସ୍ତତନ୍ତ ଏବଂ ଏସ୍ଏସ୍ଏମ୍‌ର ଉଦ୍ୟୋଗୀ ଦ୍ବାରା ପ୍ରସ୍ତୁତ ସାମଗ୍ରୀ ଏଠାରେ ପ୍ରଦର୍ଶନ କରାଯିବ । ପ୍ରତ୍ୟେକ ଦିନ ୧୦ ଘଟିକାରୁ ରାତ୍ର ୯.୩୦ ମିନିଟ୍ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହା ସହିତ ସନ୍ଧ୍ୟା ସମୟରେ ବିଭିନ୍ନ ସାଂସ୍କୃତିକ ଦଳ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ସ୍କୁଲ୍ ଓ କଲେଜ ପିଲାଙ୍କ ପାଇଁ ସଙ୍ଗୀତ, ବକ୍ତୃତା, ନୃତ୍ୟ, ମେହେନ୍ଦି, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଆୟୋଜନ କରି ଅରୂପା ତରଫରୁ କୃତି ପିଲାମାନଙ୍କୁ ଟ୍ରଫି ସହିତ ସାର୍ଟିଫିକେଟ ପ୍ରଦାନ କରା‌ଯିବ । ଏହି କର୍ଯ୍ୟକ୍ରମ ନଭେମ୍ବର ୧୫ ତାରିଖ ସନ୍ଧ୍ୟା ୬ ଘଟିକା ସମୟରେ ଉଦ୍‌ଘାଟନ ହେବ ବୋଲି ଅରୂପାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ ସାହୁ ସୂଚନା ଦେଇଛନ୍ତି ।

Smart Computer Ad
You might also like
error: Content is protected !!