୧୩ରେ ରାଷ୍ଟ୍ରୀୟ ଅଦାଲତ

ବ୍ରହ୍ମପୁର(ରାଜେନ୍ଦ୍ର ସାହୁ):-

ଆସନ୍ତା ୧୩ରିଖ ଶନିବାର ଦିନ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଟିତ ହେବାକୁ ଯାଉଛି l ବ୍ରହ୍ମପୁର ଜିଲ୍ଲା ଓ ସିଭିଲ କୋର୍ଟ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ କୋର୍ଟ ଗୁଡିକରେ ଅନୁଷ୍ଠିତ ହେବ l ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ମକଦ୍ଦମା ପରିଚାଳିତ ହେବ l ଦୀର୍ଘ ଦିନ ହେବ କୌଣସି ମକଦ୍ଦମା ଯଦି କୋର୍ଟରେ ବିଚାରଧୀନ ଅଛି ଅଥବା କୌଣସି ବିବାଦ ର ସହଜ ତଥା ଆପୋଷ ସମାଧାନ ପାଇଁ ଚାହୁଁଛନ୍ତି, ତା’ହେଲେ ଲୋକ ଅଦାଲତ ର ସାହାର୍ଯ୍ୟ ନେଇପାରିବେ l ଏହା ସହିତ ଦେୱାନୀ, ଫୌଜଦାରୀ (ସାଲିସ୍ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ୍ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ୍ ବାଉନ୍ସ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ l ଏଥିସହ ପ୍ରାକ୍ ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ବ୍ୟାଙ୍କ ଋଣ ବିବାଦ,ଶ୍ରମବିବାଦ, ପାରିବାରିକ ବିବାଦ ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ l ସରଳ ଓ ସହଜ ସମାଧାନ ତଥା ଆର୍ଥିକ ଏବଂ ସମୟ ଉପଚୟରୁ ମୁକ୍ତି ପାଇବା ପାଇଁ ଏହି ସୁଯୋଗର ଲାଭ ଉଠାନ୍ତୁ l ସବିଶେଷ ବିବରଣୀ ନିମନ୍ତେ ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସହ ଯୋଗାଯୋଗ କରିପାରିବେ l

You might also like
error: Content is protected !!