ବଢିଲା କଳାକାର ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରଚାର ପ୍ରସାର କରୁଥିବା କଳାକାର ମାନଙ୍କ ସମ୍ମାନରେ ଏହି ଭତ୍ତା ବୃଦ୍ଧି କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ କଳାକାର ମାନଙ୍କ ଭତ୍ତା ବୃଦ୍ଧି ହୋଇଛି।ଏହି ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହାଦ୍ବାରା ରାଜ୍ୟର ୪୭,୭୦୪ ଜଣ କଳାକାର ଓ ସେମାନଙ୍କ ପରିବାର ବର୍ଗ ଉପକୃତ ହେବେ।

You might also like
error: Content is protected !!