ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡା,୦୯/୦୧ (ସୁକାନ୍ତ କୁମାର ତ୍ରିପାଠୀ ) କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଆଇ ଟି ଡି ଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ମୁଖ୍ୟବକ୍ତା ଭାବେ କୁର୍ତ୍ତମଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିଶ ଚନ୍ଦ୍ର ପ୍ରଧାନ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ବ୍ଲକ ମଙ୍ଗଳ ଅଧିକାରୀ ଦୀପକ କହଁର, ରେବିଙ୍ଗିଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ସିଂ, କୋଟଗଡ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାସାୟନ ବିଭାଗ ର ଅଧ୍ୟାପକ ଦିବାକର ସିଂ, ସ୍ଥାନୀୟସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶ୍ରୀମତୀ ଲିଲି ମଲିକ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ। ଶିକ୍ଷକ ଜିତେନ୍ଦ୍ର ନାଥ ପାତ୍ର ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ରବୀନ୍ଦ୍ର କୁମାର ବିଶ୍ୱାଳ ସଭା ପରିଚାଳନା କରିଥିଲେ। ପରେ ପରେ ବିଦ୍ୟାଳୟ ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସମସ୍ତ କାର୍ଯ୍ୟରେ ବିଦ୍ୟାଳୟର ଶିକ୍ଷକ, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପରିଚାଳନାରେ ସହଯୋଗ କରିଥିଲେ।

Smart Computer Ad
You might also like
error: Content is protected !!