ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ

ବାଲିଗୁଡା : ୨୬/୦୧ (ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି | ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରାଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିଭାଷଣ ପ୍ରଦାନ କରିଥିଲେ l କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ଦୁର୍ଗମ ଅଞ୍ଚଳ ବେଲଘର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଷ୍ଟାଫ ନର୍ସ ସିନ୍ଧୁ ଲତା ଜାନି ରାତ୍ର ସମୟରେ ଲଣ୍ଠନ ଲଗାଇ ଜଣେ ଗର୍ଭବତୀ ମହିଳାଙ୍କୁ ପ୍ରସୂତି କରାଇ ଶିଶୁ ଓ ମା ଙ୍କ ଜୀବନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ

ବଞ୍ଚାଇ ଥିବାରୁ ଓ ବରିଷ୍ଠ ଯୋଦ୍ଧା କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନ୍ଧସାହିର ଅଭିମନ୍ୟୁ ପ୍ରଧାନଙ୍କୁ ମୂଖ୍ୟ ଅତିଥି ସନମ୍ମାନୀତ କରିଥିଲେ lପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ଫଳ ବଣ୍ଟନ କରାଯାଇଥିଲା lମୂଖ୍ୟ ଅତିଥିଙ୍କ ସମେତ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ ,କନ୍ଧମାଳ ସାଂସଦଙ୍କ ବାଲିଗୁଡ଼ା ଏନ୍ ଏସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ ,ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଲୋକ ସମ୍ପର୍କ ସୁଚନା ଅଧିକାରୀ ଶିବ ଶଙ୍କର, ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

Smart Computer Ad
You might also like
error: Content is protected !!