ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବାଲିଗୁଡା: ୨୮/୦୧ (ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥ‌ିବା ବେଳେ ସେଥ୍‌ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଶୁଣାଣିରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ, ଆରକ୍ଷୀ ଅଧୂକ୍ଷକ ହରିଶ ବିସି, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁ ନାଥ ନନ୍ଦୀ, ବାଲିଗୁଡା ଉପଖଣ୍ଡ ଅଧୂକାରୀ ଶୁଭମ ଭୋସଲେ, ଜିଲ୍ଲା ମୂଖ୍ୟଚିକିତ୍ସା ଅଧୂକାରୀ ଡ଼ା ସନ୍ତୋଷ କୁମାର ପାଢ଼ୀ ପ୍ରମୁଖ ମଞ୍ଚାସିନ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରି ସମାଧାନ କରିଥିଲେ । ଏହି ଅଭିଯୋଗ ଶୁଣାଣିରେ ବାଲିଗୁଡା ପ୍ରକଳ୍ପ ପ୍ରଶାସକ ଆଇଟିଡିଏ କୃପାସିନ୍ଧୁ ବେହେରା, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ବିଡ଼ିଓ ଅକ୍ଷୟ କୁମାର ମଳିକ ସମେତ ଜିଲ୍ଲା ସ୍ତରୀୟ ଅଧୂକାରୀ ଉପସ୍ଥିତ ଥିଲେ। ଏଥିରେ ରାସ୍ତାଘାଟ, ମୋବାଇଲ ଟାୱାର, ଆବାସ ଯୋଜନା, ଭତ୍ତା, ଜମିବାଡ଼ି ସମସ୍ୟା ସମେତ ବିଭିନ୍ନ ମୌଳିକ ସମସ୍ୟା ସମ୍ପର୍କରେ ଅଭିଯୋଗ ଆସିଥିଲା ।

Smart Computer Ad
You might also like
error: Content is protected !!