ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବାଲିଗୁଡା,୩୧/୦୩: ସୁକାନ୍ତ କୁମାର ତ୍ରିପାଠୀ

କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଉତ୍ସାହ ଓ ଉଲ୍ଲାସର ସହିତ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରମୋଦ ପୂଜାରୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ୟକ୍ରମରେ ସ୍ଥାନୀୟ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମଲୋଚନ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଜ୍ୱଳ ଭବିଷ୍ୟତ ପାଇଁ ମୂଲ୍ୟବାନ ମାର୍ଗଦର୍ଶନ ଦେଇଥିଲେ।ମୁଖ୍ୟବକ୍ତା

ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ଭାବେ ସମାଜସେବୀ ଗୌରଚନ୍ଦ୍ର ପୂଜାରୀ ଯୋଗଦେଇ ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ଲାଭ କରି ଦେଶ ଗଠନରେ ନିଜକୁ ସାମିଲ କରିବାକୁ ପରାମର୍ଶ ଦେଇଥିଲେ।ଏହି ଅବସରରେ ଜାର୍ଗୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡା, ବାଲିଗୁଡା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପାଢ଼ୀ ଏବଂ କଡିତଗା ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ମହାପାତ୍ର ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ସେମାନେ ଛାତ୍ରଛାତ୍ରୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା

ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

କରିଥିଲେ।ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ସଭାରେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଉତ୍ସବରେ ଛାତ୍ରଛାତ୍ରୀମାନଙ୍କ ମନୋମୁଗ୍ଧକର କାର୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା।

You might also like
error: Content is protected !!