ପୂର୍ବତଟ ରେଳବାଇର ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ଭାରତ ରତ୍ନ ବାବାସାହେବ ଡା. ବି.ଆର୍. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଛି
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଖୋର୍ଦ୍ଧା ରୋଡ୍ର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନିଲ ଭାରତୀୟ ସମ୍ବିଧାନର ପ୍ରଣେତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଅବସରରେ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ପରିଚାଳନା) ଶ୍ରୀ ପି.କେ. ବେହେରା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଭିତ୍ତିଭୂମି) ଶ୍ରୀ ରାଜଧାରୀ ଯାଦବଙ୍କ ସମେତ ଅନ୍ୟାନ୍ୟ ଶାଖା ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।ଉପସ୍ଥିତ ଅତିଥିମାନେ ରାଷ୍ଟ୍ର ନିର୍ମାଣ, ସାମାଜିକ ନ୍ୟାୟ ଓ ସମାନତା ପ୍ରତି ଡା. ଆମ୍ବେଦକରଙ୍କ ଅତୁଳନୀୟ ଅବଦାନକୁ ସ୍ମରଣ କରିଥିଲେ। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମଟିକୁ ଖୋର୍ଦ୍ଧା ରୋଡ୍ର ମଣ୍ଡଳ କାର୍ମିକ ଅଧିକାରୀ ଶ୍ରୀ ପ୍ରମୋଦ ବେହେରା ସଂଯୋଜନା କରିଥିଲେ।