ବାଲିଗୁଡା, ତା ୧୨/୦୫ : ସୁକାନ୍ତ କୁମାର ତ୍ରିପାଠୀ
କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ଗଞ୍ଜେଇ ବିରୋଧୀ ଅଭିଯାନରେ ଆଉ ଏକ ସଫଳତା ମିଳିଛି। ବିଶ୍ୱସନୀୟ ସୂଚନା ଆଧାରରେ ବାଲିଗୁଡା ଥାନା ପୋଲିସ ଚଢାଉ କରି ୮୧ କେଜି ଗଞ୍ଜେଇ ଜବତ କରିଥିବାବେଳେ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି।ପୋଲିସ ଚଢାଉ ସମୟରେ ଗଞ୍ଜେଇ ପରିବହନରେ ବ୍ୟବହୃତ ଏକ ସ୍କର୍ପିଓ ଗାଡ଼ି (ନଂ– OD02BF 0258) କୁ ମଧ୍ୟ ଜବତ କରାଯାଇଛି। ଜବତ ଗଞ୍ଜେଇର ମୋଟ ପରିମାଣ ୮୧ କେଜି ବୋଲି ଜଣାପଡ଼ିଛି।ଏହି ସମ୍ପର୍କରେ ବାଲିଗୁଡା ଥାନାରେ କେସ ନଂ– ୧୧୫ ରେ ଏନଡିପିଏସ ଆଇନର ଧାରା 20(b)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି।