ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ “ସ୍ୱତନ୍ତ୍ର ସଘନ ସଂଶୋଧନ” ତାଲିମ

ଛତ୍ରପୁର,(ବିଚିତ୍ର ସାହୁ):-

ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଯଥା ବ୍ରହ୍ମପୁର ମହାନଗର ନିଗମ, ବୁଗୁଡ଼ା, ଜଗନ୍ନାଥ ପ୍ରସାଦ, ସାନଖେମୁଣ୍ଡି, ବେଲଗୁଣ୍ଠା ବ୍ଲକ , କୋଦଳା ଏନଏସିରେ ବୁଥସ୍ତରୀୟ ଅଧିକାରୀ ଏବଂ ସୁପରଭାଇଜରମାନଙ୍କୁ ସ୍ବତନ୍ତ୍ର ସଘନ ସଂଶୋଧନ ସମ୍ପର୍କିତ ତାଲିମ ଦିଆଯାଇଛି । ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି, Enumeration Form (EF) ବଣ୍ଟନ ଏବଂ ସଂଗ୍ରହ, ଘରକୁ ଘର ଯାଇ ଭୋଟର ତାଲିକାର ଯାଞ୍ଚ ଏବଂ ତ୍ରୁଟି ସଂଶୋଧନ ସଂଶୋଧନ, ନୂଆ ନାମ ଯୋଡ଼ିବା କିମ୍ବା ବାଦ୍ ଦେବା ପାଇଁ ଦାବି/ଆପତ୍ତି ପ୍ରକ୍ରିୟା, ସ୍ୱତନ୍ତ୍ର ମ୍ୟାପିଂ ଏବଂ ଡାଟା ଏଣ୍ଟ୍ରି ସମ୍ବନ୍ଧୀୟ ପ୍ରଶିକ୍ଷଣ, ୧୯୫୦ ଟୋଲ୍ ଫ୍ରି ହେଲ୍ପଲାଇନ ନମ୍ବରର ବ୍ୟବହାର ଆଦି ବିଭିନ୍ନ ବିଷୟରେ ଉପଜିଲ୍ଲାପାଳ, ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ବୁଥସ୍ତରୀୟ ଅଧିକାରୀ ଏବଂ ସୁପରଭାଇଜରମାନଙ୍କୁ ତାଲିମ ଦେଇଥିଲେ ।ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଘରକୁ ଘର ଯାଇ ଏସଆଇଆର ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବୁଥସ୍ତରୀୟ ଅଧିକାରୀ ଏବଂ ସୁପରଭାଇଜରମାନଙ୍କୁ ପରାମର୍ଶ ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ଜିଲ୍ଲାରେ ଜୁଲାଇ ୧ ତାରିଖକୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇଛି । ୨୦ ମେ ରୁ ୨୯ ମେ ୨୦୨୬ ପର୍ଯ୍ୟନ୍ତ ପ୍ରସ୍ତୁତି, ପ୍ରଶିକ୍ଷଣ ଓ ମୁଦ୍ରଣ କାର୍ଯ୍ୟ ସମ୍ପାଦିତ ହେବ। ୩୦ ମେ ରୁ ୨୮ ଜୁନ ୨୦୨୬ ପର୍ଯ୍ୟନ୍ତ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର ପରିଦର୍ଶନ କରି ଭୋଟର ତଥ୍ୟ ସଂଗ୍ରହ ଓ ଯାଞ୍ଚ କରିବେ। ଏହା ସହିତ ୨୮ ଜୁନ ସୁଦ୍ଧା ମତଦାନ କେନ୍ଦ୍ରଗୁଡ଼ିକର ଯୁକ୍ତିସଙ୍ଗତ ପୁନର୍ବିନ୍ୟାସ କାର୍ଯ୍ୟ ସମାପ୍ତ କରାଯିବ। ଖସଡା ଭୋଟର ତାଲିକା ୦୫ ଜୁଲାଇ ୨୦୨୬ରେ ପ୍ରକାଶ ପାଇବାକୁ ଥିବାବେଳେ, ୦୫ ଜୁଲାଇରୁ ୦୪ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଦାଖଲ କରାଯାଇପାରିବ। ଦାବି ଓ ଆପତ୍ତିର ନିଷ୍ପତ୍ତି ୦୨ ସେପ୍ଟେମ୍ବର ସୁଦ୍ଧା କରାଯିବା ପରେ ୦୬ ସେପ୍ଟେମ୍ବର ୨୦୨୬ରେ ଅନ୍ତିମ ଭୋଟର ତାଲିକା ପ୍ରକାଶ ପାଇବ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଗଞ୍ଜାମ

You might also like
error: Content is protected !!