ଏସଆଇଆର-୨୦୨୬ ସଚେତନତା ଅଭିଯାନ: ଗାଁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କଲେ ଉପଜିଲ୍ଲାପାଳ

ବାଲିଗୁଡ଼ା,୦୪/୦୬ ସୁକାନ୍ତ କୁମାର ତ୍ରିପାଠୀ

ବାଲିଗୁଡ଼ା ଉପଖଣ୍ଡରେ ଚାଲିଥିବା ଏସଆଇଆର-୨୦୨୬ (Special Intensive Revision-2026) କାର୍ଯ୍ୟକ୍ରମକୁ ସଫଳ କରିବା ଲକ୍ଷ୍ୟରେ ଇଆରଓ (ERO)-କମ୍-ଉପଜିଲ୍ଲାପାଳ ବାଲିଗୁଡ଼ା, ଏଇଇଆରଓ (AERO) ଓ ବିଏଲଓ (BLO)ମାନଙ୍କ ସହ ଦୁର୍ଗାପାଙ୍ଗା, ଲାସେରୀ, ରିନ୍ଦାବାଲି ଓ ସିରାଙ୍ଗ ଗ୍ରାମ ପରିଦର୍ଶନ କରିଥିଲେ।ଏହି ଅବସରରେ ଅଧିକାରୀମାନେ ସ୍ଥାନୀୟ ବାସିନ୍ଦାଙ୍କ ସହ ସିଧାସଳଖ ଆଲୋଚନା କରି ଭୋଟର ତାଲିକାର ସଠିକତା ରକ୍ଷାର ଗୁରୁତ୍ୱ ସମ୍ପର୍କରେ ଅବଗତ କରାଇଥିଲେ। ନୂତନ ଭୋଟରଙ୍କ ନାମ ସଂଯୋଜନ,

ଏସଆଇଆର-୨୦୨୬ ସଚେତନତା ଅଭିଯାନ: ଗାଁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କଲେ ଉପଜିଲ୍ଲାପାଳ

ଏସଆଇଆର-୨୦୨୬ ସଚେତନତା ଅଭିଯାନ: ଗାଁ ଗାଁ ବୁଲି ଜନସାଧାରଣଙ୍କୁ ସଚେତନ କଲେ ଉପଜିଲ୍ଲାପାଳତଥ୍ୟ ସଂଶୋଧନ ଏବଂ ଯୋଗ୍ୟ ନାଗରିକଙ୍କ ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତି ପାଇଁ ସମସ୍ତଙ୍କ ସକ୍ରିୟ ସହଯୋଗ ଲୋଡ଼ିଥିଲେ।ଉପଜିଲ୍ଲାପାଳ ଲୋକମାନଙ୍କୁ ଗଣତନ୍ତ୍ରରେ ମତଦାନର ଭୂମିକା ଓ ନିର୍ବାଚନୀ ପ୍ରକ୍ରିୟାରେ ସକ୍ରିୟ ଭାଗୀଦାର ହେବାର ଆବଶ୍ୟକତା ବିଷୟରେ ସଚେତନ କରିଥିଲେ। ଏସଆଇଆର-୨୦୨୬ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ଜନସମ୍ପର୍କ ଓ ସଚେତନତା ଅଭିଯାନ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ସୂଚନା ଦେଇଛନ୍ତି।

You might also like
error: Content is protected !!