ପୁରୀରେ ପହଞ୍ଚିଲା ୩୮୦ କିଲୋ ବାସୁଙ୍ଗା ପାଟ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ପୁରୀରେ ପହଞ୍ଚିଲା ୩୮୦ କିଲୋ ବାସୁଙ୍ଗା ପାଟ । ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏହି ବାସୁଙ୍ଗା ପାଟ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ପହଞ୍ଚିଛି । ବାସୁଙ୍ଗା ପାଟ ହେଉଛି ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଗୁରୁତ୍ୱପୂର୍ଣ୍ଣ ରିତିନୀତିରେ ବ୍ୟବହୃତ ଅତ୍ୟନ୍ତ ପବିତ୍ର ଓ ବିଶେଷ ପ୍ରକାରର ରେଶମ ଡୋରୀ । ମହାପ୍ରଭୁ ଜଗନ୍ନାଥ ସଂସ୍କୃତି ସହ ଜଡିତ ଏକ ପାରମ୍ପରିକ ରେଶମୀ ପଟ୍ଟବସ୍ତ୍ର, ଯାହା ଓଡ଼ିଶାର ରେଶମ ଓ ହସ୍ତତନ୍ତ ଐତିହର ପ୍ରତୀକ । ବାସୁଙ୍ଗା ତିଆରି ପାଇଁ କରୁଣା ସିଲ୍କ ଭଳି ପଦ୍ଧତିର ବ୍ୟବସ୍ଥା କରାଯାଇଛି । କରୁଣା ସିଲ୍କ ହେଉଛି ପାରମ୍ପରିକ ରେଶମର ଏକ ଅହିଂସାମୂଳକ ଓ ସୁସ୍ଥାୟୀ ବିକଳ୍ପ, ଯାହା ରେଶମ କୀଟମାନଙ୍କୁ କୌଣସି କ୍ଷତି ନକରି ପ୍ରସ୍ତୁତ କରାଯାଏ ।

You might also like
error: Content is protected !!