ବାଲିଗୁଡ଼ା, ୦୨/୦୭: ସୁକାନ୍ତ କୁମାର ତ୍ରିପାଠୀ
ପାଣିପାଗ ବିଭାଗର ପୂର୍ବାନୁମାନ ଓ ଜିଲ୍ଲାରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଦୁଇ ଦିନିଆ ଛୁଟି ଘୋଷଣା କରିଛନ୍ତି।ଏହି ନିର୍ଦ୍ଦେଶ ଅନୁଯାୟୀ, ୨ ଜୁଲାଇ ୨୦୨୬ ଏବଂ ୩ ଜୁଲାଇ ୨୦୨୬ ତାରିଖରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ପାଠପଢ଼ା ବନ୍ଦ ରହିବ। ତେବେ ଛୁଟି ସତ୍ତ୍ୱେ

ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିୟମିତ ଭାବେ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ଲଗାଣ ବର୍ଷା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଥିବା ଜଣାପଡ଼ିଛି।
