ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। କ୍ରାଇମବ୍ରାଞ୍ଚ ଏସପିଙ୍କ ପାଖରେ ଏତଲା କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ରିପୋର୍ଟ ଅନୁସାରେ ପୂର୍ବରୁ SCERTର ପୂର୍ବତନ ନିର୍ଦ୍ଦେଶକଙ୍କ ସମେତ ୩ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ୱିତ କରାଯାଇଥିଲା। ଏହା ସହ ୬ଜଣ ସହକାରୀ ନିର୍ଦ୍ଦେଶକ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
