ବାଲିଗୁଡା, ୫/୮: ସୁକାନ୍ତ କୁମାର ତ୍ରିପାଠୀ
ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ପ୍ରଜାପତି ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ବାଲିଗୁଡା ଶାଖା ପକ୍ଷରୁ ଏକ ନିଶାମୁକ୍ତି ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ଭଗିନୀ ଅଳକାଙ୍କ ନେତୃତ୍ୱରେ ବ୍ରହ୍ମାକୁମାରୀ ଓ ବ୍ରହ୍ମାକୁମାରମାନେ ଯୋଗଦେଇ ନିଶାମୁକ୍ତ ଜୀବନର ଆବଶ୍ୟକତା ଏବଂ ଏହାର ସାମାଜିକ ଓ ସ୍ୱାସ୍ଥ୍ୟଗତ ଉପକାରିତା ସମ୍ପର୍କରେ ନବାଗତ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ।ଏହି କାର୍ଯ୍ୟକ୍ରମରେ ୫୦୦ରୁ ଅଧିକ ନବାଗତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିଭୂତିଭୂଷଣ ଆଚାର୍ଯ୍ୟ ସ୍ୱାଗତ ଭାଷଣ ପ୍ରଦାନ କରି କାର୍ଯ୍ୟକ୍ରମର

ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ।ଏହି ଅବସରରେ ଯୁବ ରେଡକ୍ରସ୍ କାଉନ୍ସେଲର ଗଣନାଥ ସୋରେନ, ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) କାର୍ଯ୍ୟକ୍ରମ ଅଧିକାରୀ ହମନ୍ ଦିବାକା ଏବଂ ଅରୁନ୍ଧତୀ ପ୍ରଧାନ ଉପସ୍ଥିତ ରହିଥିଲେ। ଶେଷରେ ସମସ୍ତ ଛାତ୍ରଛାତ୍ରୀ ନିଶାମୁକ୍ତ ସମାଜ ଗଠନ ପାଇଁ ଶପଥ ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମଟି ଛାତ୍ରଛାତ୍ରୀଙ୍କ ମଧ୍ୟରେ ସକାରାତ୍ମକ ଜୀବନଶୈଳୀ ଓ ନୈତିକ ମୂଲ୍ୟବୋଧ ବିକାଶରେ ସହାୟକ ହେବ ବୋଲି ଆୟୋଜକମାନେ ଆଶା ପ୍ରକାଶ କରିଥିଲେ।