ସଙ୍କୁଳସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ୧୬୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ବାଲିଗୁଡ଼ା, ୦୯/୦୭: ସୁକାନ୍ତ କୁମାର ତ୍ରିପାଠୀ

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସଙ୍କୁଳସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟଅତିଥି ଏବଂ ଆଦିବାସୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି ମେଳାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।ଏହି ଜ୍ଞାନବିଜ୍ଞାନ ମେଳାରେ ମୋଟ ୧୬୦ ଜଣ ଛାତ୍ରଛାତ୍ରୀ ପ୍ରତିଯୋଗୀ ଭାବେ ଅଂଶଗ୍ରହଣ କରିଥିଲେ। ବିଜ୍ଞାନ, ଗଣିତ ପ୍ରକଳ୍ପ, ବିଜ୍ଞାନ ଓ ଗଣିତ ପ୍ରୟୋଗ, ସଂସ୍କୃତ ବିଜ୍ଞାନ, ଗଣିତ ପ୍ରଶ୍ନମଞ୍ଚ, ମୂର୍ତ୍ତିକଳା, ପତ୍ରବାଚନ ଓ ନିବନ୍ଧ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନେ ପରବର୍ତ୍ତୀ ପର୍ଯ୍ୟାୟରେ ବିଭାଗସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।

ସଙ୍କୁଳସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ୧୬୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ତଥା ଶିକ୍ଷକ ତୀର୍ଥବାସୀ ଘଡ଼େଇ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ।ସମାରୋପ ଉତ୍ସବରେ ଡେପୁଟି କଲେକ୍ଟର ସଞ୍ଜୀବ କୁମାର ରୂପା ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଏଥିରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ଆଇନଜୀବୀ ସୁଧାଂଶୁ ମୋହନ ପତି, ଯୁଗ୍ମ ସମ୍ପାଦକ ପ୍ରକାଶ ଚନ୍ଦ୍ର ନାୟକ, କୋଷାଧ୍ୟକ୍ଷ ସୁବାଷ ଚନ୍ଦ୍ର ଦିଗାଳ, ଶିକ୍ଷା ବିକାଶ ସମିତିର ସଙ୍କୁଳ ପ୍ରମୁଖ ପ୍ରଶାନ୍ତି ସାହୁ ଏବଂ ଆୟୋଜକ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ମମତା ମହାରଣା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ପରିଚାଳନାରେ ସହଯୋଗ କରିଥିଲେ।

ସଙ୍କୁଳସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ୧୬୦ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

advertisement

You might also like
error: Content is protected !!