ବାଲିଗୁଡ଼ାରେ ଧୁମଧାମରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ

ବାଲିଗୁଡ଼ା, ୧୫/୦୮: ସୁକାନ୍ତ କୁମାର ତ୍ରିପାଠୀ

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହୋତ୍ସବ ଦେଶାତ୍ମବୋଧ ଓ ଉତ୍ସାହ-ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସହରରେ ରାମଧୁନ ପରିବେଷଣ କରାଯାଇଥିଲା।ସକାଳ ୭ଟା ସମୟରେ ବାଲିଗୁଡ଼ା ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପଣ୍ଡିତ ଜବାହରଲାଲ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା।ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଆୟୋଜିତ ମୁଖ୍ୟ ଉତ୍ସବରେ ଉପଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିବା ସହ ଦେଶର ସ୍ୱାଧୀନତା ପାଇଁ ଜୀବନ ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦେଶବାସୀଙ୍କ

YouTube video

ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ।ଏହାପରେ ବିଭିନ୍ନ ପ୍ୟାରେଡ୍‌ ଓ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା।ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟରେ ଅନ୍ତଃରୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ କରାଯାଇଥିଲା। ସେହିପରି ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ଏବଂ ବନବାସୀ ସେବା ସମିତିର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।ଅପରାହ୍ନରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଉପଖଣ୍ଡ ପ୍ରଶାସନ ଓ ସାଧାରଣ ଜନତାଙ୍କ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏହାପରେ ସ୍ୱାଧୀନତା କପ୍‌ ଫୁଟବଲ୍‌ ଚାମ୍ପିୟନ୍‌ସିପ୍‌ର ଫାଇନାଲ୍‌ ମ୍ୟାଚ୍‌ ମଧ୍ୟ ଆୟୋଜିତ ହୋଇଥିଲା।ସମଗ୍ର କାର୍ଯ୍ୟକ୍ରମକୁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ ପରିଚାଳନା କରିଥିଲେ। ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡ଼େଇ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Smart Computer Ad
You might also like
error: Content is protected !!