ବନ୍ୟା ପ୍ରଭାବିତଙ୍କୁ ବର୍ଷା ଭୟ ଆଜିଠୁ ସପ୍ତାହେ ବର୍ଷା

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଭୁବନେଶ୍ୱର ରାଜ୍ୟରେ ଏବେ କୌଣସି ନଦୀରେ ବନ୍ୟା ଆଶଙ୍କା ନାହିଁ। ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ଜଳକା ଆଦି ସମସ୍ତ ନଦୀର ଜଳସ୍ତର ଉଭୟ ବିପଦ ସଙ୍କେତ ଏବଂ ସତର୍କ ସଙ୍କେତଠାରୁ କମ୍ ଅଛି। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆସନ୍ତାକାଲିଠାରୁ ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଯଦି କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହୁଏ, ତେବେ ବନ୍ୟା ପ୍ରଭାବିତ ୪ ଜିଲ୍ଲାରେ ସ୍ଥିତି ସାଂଘାତିକ ହେବ। ବିଶେଷକରି ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀରେ ପୁଣି ବନ୍ୟା ଆସିବ।*

Smart Computer Ad
You might also like
error: Content is protected !!