ନିଲିପଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁଦିବସ ମହାସମାରୋହରେ ପାଳିତ

ବାଲିଗୁଡା, ୦୫/୦୯: ସୁକାନ୍ତ କୁମାର ତ୍ରିପାଠୀନିଲିପଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ପବିତ୍ର ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନାମୟୀ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଅର୍ଜୁନ ବନଜୋର ମଞ୍ଚ ପରିଚାଳନା କରିଥିଲେ।କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ପ୍ରହଲାଦ ପ୍ରସାଦ ଲେଙ୍କା, ରାଜକିଶୋର ସାହୁ ଓ ବସନ୍ତ କୁମାରୀ ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟ ପକ୍ଷରୁ ଅତିଥିମାନଙ୍କୁ ଉତ୍ତରୀୟ ଓ ଉପହାର ପ୍ରଦାନ କରି ସମ୍ମାନିତ କରାଯାଇଥିଲା।ଏହି ଅବସରରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ପରିବେଷଣ କରିବା ସହ ବିଭିନ୍ନ ମନୋରମ ନୃତ୍ୟ ପରିବେଷଣ କରିଥିଲେ। ଉପସ୍ଥିତ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅତିଥି ଶିକ୍ଷକ-ଶିକ୍ଷୟିତ୍ରୀମାନେ

ନିଲିପଡ଼ା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁଦିବସ ମହାସମାରୋହରେ ପାଳିତ

ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୀବନୀ ଏବଂ ଗୁରୁଦିବସର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମର ଅନ୍ୟତମ ଆକର୍ଷଣ ଥିଲା କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ। ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହା ଛାତ୍ରଛାତ୍ରୀଙ୍କ ମନରେ ନୂତନ ଉତ୍ସାହ ଓ ପ୍ରେରଣା ସୃଷ୍ଟି କରିଥିଲା।ଶେଷରେ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନାମୟୀ ସାହୁ ଉପସ୍ଥିତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ, ଅତିଥି ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିସହ କାର୍ଯ୍ୟକ୍ରମର ସମାପ୍ତି ଘୋଷଣା କରାଯାଇଥିଲା।

Smart Computer Ad
You might also like
error: Content is protected !!