ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା। ଏହା ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତାକାଲି ମୟୂରଭଞ୍ଜରେ ଭୀଷଣ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଏବଂ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ କୋରାପୁଟ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।

Smart Computer Ad
You might also like
error: Content is protected !!