୧୮ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ; ଆସିବେ ୩୦୦ ଅତିଥି

ଭୁବନେଶ୍ବର | ସଂଜୀବ କୁମାର |
ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆସନ୍ତା ୧୮ତାରିଖରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ଓଡ଼ିଶା ଲୋକଭବନ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୮ତାରିଖ ପୂର୍ବାହ୍ନ ୧୧ଟାରେ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ।


ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟପାଳ ଶପଥ ଗ୍ରହଣ କରିବା ପରେ ପୁରୀ ଗସ୍ତରେ ଯିବେ। ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ପୁରୀ ଲୋକଭବନରେ କିଛି ସମୟ ବିତାଇବାର କାର୍ଯ୍ୟକ୍ରମ ରହିଥିବା ଓଡ଼ିଶା ଲୋକଭବନ ପକ୍ଷରୁ କୁହାଯାଇଛି।

Smart Computer Ad
You might also like
error: Content is protected !!