ବାଲିଗୁଡ଼ା, ୨୭/୧୦: ସୁକାନ୍ତ କୁମାର ତ୍ରିପାଠୀ : ସମ୍ଭାବ୍ୟ ଭୀଷଣ ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ କନ୍ଧମାଳ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସନ୍ତା ୨୮ ତାରିଖ ବୁଧବାର ଦିନ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି।ଜିଲ୍ଲାପାଳ ତଥା ଜିଲ୍ଲା ଦଣ୍ଡାଧିକାରୀଙ୍କ ପକ୍ଷରୁ ଜାରି ଆଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ବନ୍ଦ ରହିବ। ଏଥିସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଉକ୍ତ ଦିନ ବନ୍ଦ ରହିବ। ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ଧାରା

୩୦(୨)(ଭି) ଅନୁଯାୟୀ ଏହି ନିର୍ଦ୍ଦେଶ ଜାରି ହୋଇଛି।ତେବେ ଜନସାଧାରଣଙ୍କ ସ୍ୱାର୍ଥ ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ନିଜ ନିଜ କାର୍ଯ୍ୟସ୍ଥଳରେ ଉପସ୍ଥିତ ରହିବାକୁ ଆଦେଶରେ ସ୍ପଷ୍ଟ କରାଯାଇଛି। ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସମ୍ପୃକ୍ତ ବିଭାଗକୁ କୁହାଯାଇଛି।ବାତ୍ୟାଜନିତ ସମ୍ଭାବ୍ୟ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ଏହି ପଦକ୍ଷେପକୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦିଗରେ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି।
