ଅଟୋ-କାର ମୁହାଁମୁହିଁ ଧକ୍କା, ୪ ଗୁରୁତର; ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ
ବ୍ରହ୍ମପୁର | ଦେଙ୍ଗାପଦର ଛକ | ଜଗନାଥ ନାୟକ || ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଦେଙ୍ଗାପଦର ଛକରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ କେ ସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିବାରୁ ବ୍ରହ୍ମପୁର-ଦିଗପହଣ୍ଡି-ରାୟଗଡ଼ା ରାସ୍ତାରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ମୋଟର ଅଟକି ରହିଥିବାରୁ ଯାତାୟାତରେ ଗୁରୁତର ବାଧା ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ରାସ୍ତାରୋକ ଯୋଗୁଁ ଯାତ୍ରୀ ଓ ଗାଡ଼ି ଚାଳକମାନେ ହଇରାଣ ହେଉଛନ୍ତି।

